ଆଜି ରାଜ୍ୟରେ ୧୯୦୪ ନୂଆ କରୋନା ପଜିଟିଭ୍ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୨ଲକ୍ଷ ୭୨ହଜାର ୨୫୦କୁ ବୃଦ୍ଧି

୧୯୦୪ ନୂଆ କରୋନା ପଜିଟିଭ୍

୧୬ଜଣଙ୍କ ମୃତ୍ୟୁ ,ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୧୬୮କୁ ବୃଦ୍ଧି

ଭୁବନେଶ୍ବର: ଆଜି ରାଜ୍ୟରେ ୧୯୦୪ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ସଙ୍ଗରୋଧ କେନ୍ଦ୍ରରୁ ୧୧୧୫ ଓ ସ୍ଥାନୀୟ ଅଞ୍ଚଳରୁ ୭୮୯ ଆକ୍ରାନ୍ତ ଅଛନ୍ତି। ଏହା ଫଳରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨ଲକ୍ଷ ୭୨ହଜାର ୨୫୦କୁ ବୃଦ୍ଧି ପାଇଛି। ୩୦ଟି ଜିଲ୍ଲା ଓ ଷ୍ଟେଟ୍ ପୁଲରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏବେ ଆସନ୍ତୁ ଜାଣିବା କେଉଁ ଜିଲ୍ଲାରେ ଆଜି କେତେଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୨୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକ ଜିଲ୍ଲାରୁ ୧୧୧ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଅପରପକ୍ଷରେ ନୟାଗଡ଼ ଜିଲ୍ଲାରୁ ୩୨ , ଗଞ୍ଜାମ ଜିଲ୍ଲାରୁ ୩୯, ବଲାଙ୍ଗୀର ଜିଲ୍ଲାରୁ ୬୬, ବାଲେଶ୍ବର ଜିଲ୍ଲାରୁ ୯୦, କୋରାପୁଟ ଜିଲ୍ଲାରୁ ୩୬, ଭଦ୍ରକରୁ ୧୯, ରାୟଗଡ଼ା ଜିଲ୍ଲାରୁ ୧୭, ପୁରୀ ଜିଲ୍ଲାରୁ ୪୯, ସୁନ୍ଦରଗଡ଼ ଜିଲ୍ଲାରୁ ୧୦୦, ଜଗତସିଂହପୁର ଜିଲ୍ଲାରୁ ୭୩, ସମ୍ବଲପୁର ଜିଲ୍ଲାରୁ ୩୪, କଳାହାଣ୍ଡି ଜିଲ୍ଲାରୁ ୭୬, ଯାଜପୁର ଜିଲ୍ଲାରୁ ୪୯, କନ୍ଧମାଳ ଜିଲ୍ଲାରୁ ୧୮, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୦୬, ମାଲକାନଗିରି ଜିଲ୍ଲାରୁ ୩୦, ଗଜପତି ଜିଲ୍ଲାରୁ ୨, ମୟୂରଭଞ୍ଜ ଜିଲ୍ଲାରୁ ୯୩ , ଝାରସୁଗୁଡ଼ା ଜିଲ୍ଲାରୁ ୫୧, ଢେଙ୍କାନାଳ ଜିଲ୍ଲାରୁ ୫୦, ନବରଙ୍ଗପୁର ଜିଲ୍ଲାରୁ ୪୩, କେନ୍ଦୁଝର ଜିଲ୍ଲାରୁ ୫୬, ସୁବର୍ଣ୍ଣପୁର ଜିଲ୍ଲାରୁ ୭୩, ଅନୁଗୁଳ ଜିଲ୍ଲାରୁ ୧୦୯, ବରଗଡ଼ ଜିଲ୍ଲାରୁ ୩୫, ନୂଆପଡ଼ା ଜିଲ୍ଲାରୁ ୧୨୮, ଦେବଗଡ଼ରୁ ୨୧ ଓ ବୌଦ୍ଧ ଜିଲ୍ଲାରୁ ୨୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାଛଡ଼ା ଷ୍ଟେଟ୍ ପୁଲରୁ ୪୩ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ଜଣାଯାଇଛି।
ଏବେ ରାଜ୍ୟରେ ମୋଟ୍ ୨,୪୯,୫୭୪ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୧,୪୫୪ ରହିଛି। ଏଣେ କରୋନାରେ ପୁଣି ୧୬ଜଣଙ୍କ ମୃତ୍ୟୁ ଘଟିଛି। ଏହାଫଳରେ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୧୬୮କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Share Now:

Kalinga News Beuro

Next Post

ବଙ୍ଗୋପସାଗରରେ ଘନୀଭୂତ ହେଉଛି ଲଘୁଚାପ: ୨୪ ଯାଏ ପ୍ରବଳ ବର୍ଷା ସମ୍ଭାବନା

Tue Oct 20 , 2020
ଭୁବନେଶ୍ୱର: କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ସଂପୃକ୍ତ ଅଞ୍ଚଳରେ ଏକ ଲଗୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ବର୍ତ୍ତମାନ ସମୁଦ୍ର ପତ୍ତନ ଠାରୁ ୭.୬ କିଲୋମିଟର ଉଚ୍ଚତାରେ ବିସ୍ତାର ହୋଇ ରହିଛି। ଆଗାମୀ ଦିନରେ ଏହା ଅଧିକ ଘନୀଭୂତ ହେବା ସହ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି। ପରବର୍ତ୍ତୀ ୪୮ ଘଣ୍ଟା ଏବଂ ତା’ପରେ ୩ ଦିନ ପର୍ଯ୍ୟନ୍ତ […]
୧୯ରେ ଆଉ ଏକ ଲଘୁଚାପ

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial