ବଙ୍ଗୋପସାଗରରେ ଘନୀଭୂତ ହେଉଛି ଲଘୁଚାପ: ୨୪ ଯାଏ ପ୍ରବଳ ବର୍ଷା ସମ୍ଭାବନା

୧୯ରେ ଆଉ ଏକ ଲଘୁଚାପ

ଭୁବନେଶ୍ୱର: କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ସଂପୃକ୍ତ ଅଞ୍ଚଳରେ ଏକ ଲଗୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ବର୍ତ୍ତମାନ ସମୁଦ୍ର ପତ୍ତନ ଠାରୁ ୭.୬ କିଲୋମିଟର ଉଚ୍ଚତାରେ ବିସ୍ତାର ହୋଇ ରହିଛି। ଆଗାମୀ ଦିନରେ ଏହା ଅଧିକ ଘନୀଭୂତ ହେବା ସହ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି। ପରବର୍ତ୍ତୀ ୪୮ ଘଣ୍ଟା ଏବଂ ତା’ପରେ ୩ ଦିନ ପର୍ଯ୍ୟନ୍ତ ଏହା ଉତ୍ତର-ପୂର୍ବ ଦିଗକୁ ଗତି କରିବ। ଏହାର ପ୍ରଭାବରେ ଆସନ୍ତା ଅକ୍ଟୋବର ୨୪ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଥିବା ଆଜି (ମଙ୍ଗଳବାର) ଅପରାହ୍ନରେ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୨୧ ତାରିଖ ମଧ୍ୟାହ୍ନ ସୁଦ୍ଧା ମାଲକାନଗିରି, କୋରାପୁଟ ଏବଂ ଗଞ୍ଜାମ ଜିଲ୍ଲା ଉପରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଧିକ ରହିଛି। ସେହିପରି ଏହି ସମୟ ମଧ୍ୟରେ ବାଲେଶ୍ୱର, ଭଦ୍ରକ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡା, ଗଜପତି, ଗଞ୍ଜାମ, ଖୋର୍ଧା, ପୁରୀ, ନୟାଗଡ଼, ନବରଙ୍ଗପୁର, ମାଲକାନଗିରି, କୋରାପୁଟ, କଳାହାଣ୍ଡି ଏବଂ କନ୍ଧମାଳ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଛି। ଅକ୍ଟୋବର ୨୨ ତାରିଖରେ ଗଜପତି, ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ ଏବଂ ବାଲେଶ୍ୱର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଅକ୍ଟୋବର ୨୩ ତାରିଖରେ ଗଜପତି, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ବଲେଶ୍ୱର, ଏବଂ ଯାଜପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ଅକ୍ଟୋବର ୨୪ ତାରିଖରେ ପୁରୀ, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ ଏବଂ ବାଲେଶ୍ୱର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି।

Share Now:

Kalinga News Beuro

Next Post

ନୟାଗଡ଼ରେ ଜାଲ୍ ନୋଟ୍ କାରବାରର ପର୍ଦ୍ଦାଫାଶ: ଧରାପଡ଼ିଲେ ଯୁବକ

Tue Oct 20 , 2020
ଘରେ ଛପାଉଥିଲେ ଜାଲ୍ ନୋଟ୍ ନୟାଗଡ଼ : ନୟାଗଡ଼ ଟାଉନ ଥାନା ଅଧୀନ ରାଜାବଗିଚା ଗଳିରେ ରହୁଥିବା ଜଣେ ଯୁବକ ନକଲି ଟଙ୍କା ବା ଜାଲ୍ ନୋଟ୍ ତିଆରି କରୁଥିବା ବେଳେ ଧରାପଡ଼ିଛନ୍ତି। ଯୁବକକଙ୍କ ନାମ ଦିବ୍ୟରଞ୍ଜନ ହୋତା(୪୨) , ତାଙ୍କ ଘର ଖଣ୍ଡପଡ଼ା ଥାନା ଅନ୍ତର୍ଗତ କୋସ୍କା ବୋଲି ଜଣାପଡ଼ିଛି। ମିଳିଥିବା ସୂଚନା ଅନୁଯାୟୀ ଦିବ୍ୟରଞ୍ଜନ ଆଜି ଅପରାହ୍ନରେ ଦୁର୍ଗାପ୍ରସାଦ ସ୍ଥିତ ୟାମାହା ସୋରୁମ୍ ଗାଡ଼ି କିଣିବାକୁ ଯାଇଥିଲେ। […]
ନୟାଗଡ଼ରେ ଜାଲ୍ ନୋଟ୍ କାରବାର-1

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial