ଉପନିର୍ବାଚନରେ ବିଜେଡିର ବିଜୟ ପାଇଁ କୃତଜ୍ଞତା ଜଣାଇଲେ ନବୀନ

କୃତଜ୍ଞତା ଜଣାଇଲେ ନବୀନ

ଭୁବନେଶ୍ୱର : ଉପନିର୍ବାଚନରେ ବିଜେଡିର ବିଜୟ ପାଇଁ ବାଲେଶ୍ୱର ସଦର ଓ ତିର୍ତ୍ତୋଲବାସୀଙ୍କୁ କୃତଜ୍ଞତା ଜଣାଇଛନ୍ତି ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଟ୍ବିଟ୍‌ କରି ସେ କହିଛନ୍ତି ଯେ କୋଭିଡ-୧୯ ସଙ୍କଟ ସମୟରେ ମତଦାନ କରି ଆମକୁ ଆଶୀର୍ବାଦ କରିଥିବା ବାଲେଶ୍ୱର ସଦର ଓ ତିର୍ତ୍ତୋଲବାସୀ ବିଶେଷ କରି ମହିଳାମାନଙ୍କୁ ମୋର କୃତଜ୍ଞତା ଜଣାଉଛି। ଏ ବିଜୟ ଆପଣମାନଙ୍କର ବିଜୟ। ଆପଣମାନଙ୍କ ଭଲ ପାଇବା ଓ ଅକୁଣ୍ଠ ସମର୍ଥନର ଏହା ପ୍ରତିଫଳନ। ଆପଣମାନଙ୍କ ଉନ୍ନତି ଓ କଲ୍ୟାଣ ପାଇଁ ବିଜୁ ଜନତା ଦଳ ସର୍ବଦା ସଂକଳ୍ପବଦ୍ଧ। ଶ୍ରୀ ପଟ୍ଟନାୟକ ବିଜୟ ହାସଲ କରିଥିବା ଉଭୟ ପ୍ରାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏହା ସହ ଲୋକଙ୍କ ପାଖରେ ପହଞ୍ଚି ସେମାନଙ୍କ ହୃଦୟ ଜିଣିଥିବାରୁ ବିଜୁ ଜନତା ଦଳର ସମସ୍ତ କର୍ମୀଙ୍କୁ ସାଧୁବାଦ ଜଣାଇଛନ୍ତି।

Share Now:

Kalinga News Beuro

Next Post

ବିହାର ନିର୍ବାଚନ ଫଳାଫଳ: ସପ୍ତମ ଥର ପାଇଁ ମୁଖ୍ୟମନ୍ତ୍ରୀ ହେବେ ନୀତୀଶ କୁମାର

Wed Nov 11 , 2020
ନୂଆଦିଲ୍ଲୀ/ପାଟନା: କୌଣସି ଜନମତ ସର୍ଭେ ଆକଳନ ଠିକ୍‌ ହେଲା ନାହିଁ। ଜନମତ ସର୍ଭେରେ ଯେଉଁ ଫଳାଫଳ ଆସିଥିଲା ବିହାର ନିର୍ବାଚନ ଫଳାଫଳ ତାର ଠିକ ଓଲଟା ଆସିଲା। ନୀତୀଶ କୁମାର ଏବଂ ତେଜସ୍ବୀ ଯାଦବଙ୍କ ମଧ୍ୟରେ କଡ଼ା ଟକ୍କର ହେଲା ସତ, କିନ୍ତୁ ଶେଷରେ ଏନ୍‌ଡିଏକୁ ମିଳିଲା ବିଜୟ ମୁକୁଟ। ୧୨୫ଟି ଆସନରେ ଏନଡିଏ ବିଜୟ ହୋଇ ଏବେ ପୁଣି ବିହାରରେ କ୍ଷମତାକୁ ଆସିବା ପାଇଁ ପ୍ରସ୍ତୁତି ଆରମ୍ଭ କରିଦେଇଛି। […]
ନୀତୀଶ କୁମାର

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial