ରାଜ୍ୟବାସୀଙ୍କୁ ଦୀପାବଳି ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ରାଜ୍ୟବାସୀଙ୍କୁ ଦୀପାବଳି ଶୁଭେଚ୍ଛା

ଭୁବନେଶ୍ବର: ଆଲୋକ ଏବଂ ଆନନ୍ଦର ପର୍ବ ଦୀପାବଳି। ଏହି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସମସ୍ତଙ୍କ ଜୀବନରେ ବିକାଶର ଆଲୋକ ଭରିଦେବା ପାଇଁ ସଂକଳ୍ପବଦ୍ଧ ହୋଇ କାମ କରିବା ଏବଂ ଓଡ଼ିଶାର ଗୌରବକୁ ନୂତନ ଶିଖରରେ ପହଞ୍ଚାଇବ‌ା ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ। ଟିକା ବାହାରିବା ପର୍ଯ୍ୟନ୍ତ କୋଭିଡ଼ ନିୟମ ପାଳନ କରିବା ପାଇଁ ସେ ଆହ୍ୱାନ ଦେଇଛନ୍ତି। ଠିକ୍ ଭାବରେ ମାସ୍କ ପିନ୍ଧିବା, ହାତ ଧୋଇବା, ସାମାଜିକ ଦୂରତା ରକ୍ଷା କରିବା ଅତ୍ୟନ୍ତ ଜରୁରୀ ବୋଲି ସେ ଟୁଇଟ କରି କହିଛନ୍ତି। ବାଣ ନଫୁଟାଇ କେବଳ ଦୀପ ଜଳାଇ ଦୀପାବଳି ପାଳନ କରିବାକୁ ସେ ସମସ୍ତଙ୍କୁ ଅନୁରୋଧ କରିଛନ୍ତି। ଏହା ସହ ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହାର ଲାଲ୍ ନେହେରୁଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ। ଟୁଇଟରେ ଲେଖାଯାଇଛି ଯେ‌, ପବିତ୍ର କାଳୀପୂଜା ଓ ଦୀପାବଳି ଉପଲକ୍ଷେ ରାଜ୍ୟବାସୀଙ୍କୁ ମୋର ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା। ଚଳିତ ବର୍ଷ କୋଭିଡ ମହାମାରୀକୁ ଦୃଷ୍ଟିରେ ରଖି ସାବଧାନତା ଓ ସତର୍କତା ବଜାୟ ରଖନ୍ତୁ। ଆଲୋକର ପର୍ବ ଦୀପାବଳି ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି ଓ ସମୃଦ୍ଧି ଭରିଦେଉ। ଏପଟେ ଦୀପାବଳିରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ରାଷ୍ଟ୍ରପତି ରାମନାଥ କୋବିନ୍ଦ। ଟ୍ୱିଟ୍ କରି ଦେଶୀବାସୀଙ୍କ ସୁଖ ଓ ସମୃଦ୍ଧି କାମନା କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ। ସେହିପରି ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହାର ଲାଲ୍ ନେହେରୁଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ପ୍ରଧାନମନ୍ତ୍ରୀ। ଏପଟେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଦେଶବାସୀଙ୍କ ସମେତ ଦେଶ ବାହାରେ ରହୁଥିବା ପ୍ରବାସୀ ଭାରତୀୟଙ୍କୁ ଦୀପାବଳିର ଶୁଭେଚ୍ଛା ଜଣାଇଛନ୍ତି।

Share Now:

Kalinga News Beuro

Next Post

ଦୀପ ନିଆଁରେ ଜଳିଗଲା ଘର: ଜଣେ ଗୁରୁତର, ବର୍ତ୍ତିଲା ପାଞ୍ଚ ମାସର ଶିଶୁ

Sat Nov 14 , 2020
ରାଉରକେଲା: ଆଲୋକ ଓ ଖୁସିର ପର୍ବ ଦୀପାବଳି ରାଉରକେଲାର ଏକ ପରିବାର ପାଇଁ ଦୁଃଖ ଆଣି ଦେଇଛି। ଦୀପ ନିଆଁରେ ଜଳି ଯାଇଛି ଘର। ପୁରୁଷୋତ୍ତମ ସାମଲ ନିଆଁରେ ପୋଡି ଯାଇଥିବା ବେଳେ ପାଞ୍ଚ ମାସର ଶିଶୁ ଅଳ୍ପକେ ବର୍ତ୍ତି ଯାଇଛି। ଅଗ୍ନିଶମ ଗାଡି ପହଞ୍ଚି ନିଆଁକୁ ଆୟତ୍ତ କରିବା ପୂର୍ବରୁ ସମସ୍ତ ଆସବାବପତ୍ର ଜଳିପୋଡ଼ି ପାଉଁଶ ହୋଇଯାଇଛି। ଏମିତି ଘଟଣା ଘଟିଛି ବାସନ୍ତୀ କଲୋନି ଡିଇ -୧୮୮ରେ। ଗୁରୁତର […]
ଦୀପ ନିଆଁରେ ଜଳିଗଲା ଘର

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial