ଛଟ୍ ପୂଜା ଉପରେ କଟକଣା ଲଗାଇଲେ ରାଜ୍ୟ ସରକାର

ଛଟ୍ ପୂଜା ଉପରେ କଟକଣା

ନଦୀ ଘାଟରେ ପୂଜା ଓ ସ୍ନାନକୁ ବାରଣ

ଭୁବନେଶ୍ବର : କରୋନା ମହାମାରୀକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଛଟ ପୂଜା ଉପରେ କଟକଣା ଲଗାଇଛନ୍ତି। ଏହି କଟକଣା ଅନୁଯାୟୀ ଆସନ୍ତା ୨୦ ଓ ୨୧ ତାରିଖରେ ନଦୀ ଘାଟରେ ଛଟପୂଜା ଓ ସାମୁହିକ ସ୍ନାନ ଉପରେ କଟକଣା ଲଗାଯାଇଛି। ରାଜ୍ୟ ସ୍ବତନ୍ତ୍ର ରିଲିଫ କମିଶନରଙ୍କ ପକ୍ଷରୁ ଜାରି ଏକ ଆଦେଶ ଅନୁସାରେ ଛଟ ପୂଜା ବେଳେ ବହୁସଂଖ୍ୟାରେ ଲୋକମାନେ ନଦୀ କୂଳ ଓ ଘାଟଗୁଡ଼ିକରେ ଏକତ୍ରିତ ହୋଇ ପୂଜା କରୁଥିବାରୁ କରୋନା ସଂକ୍ରମଣ ବ୍ୟାପିବାର ଆଶଙ୍କା ରହିଛି।

ଏହାକୁ ଦୃଷ୍ଟିରେ ରଖି ଆସନ୍ତା ଆସନ୍ତା ୨୦ ଓ ୨୧ ତାରିଖରେ ନଦୀ ଘାଟରେ ଛଟପୂଜା ଓ ସାମୁହିକ ସ୍ନାନ ଉପରେ କଟକଣା ଲଗାଯାଇଛି। ଲୋକମାନେ ନଦୀକୁ ଆସିବା ବଦଳରେ ଘରେ ରହି ଉପଯୁକ୍ତ କରୋନା ସତର୍କତା ସହ ଛଟ ପୂଜା ପାଳନ କରିବାକୁ ରାଜ୍ୟ ସରକାର ଲୋକମାନଙ୍କୁ ପରାମର୍ଶ ଦେଇଛନ୍ତି। ଏହି ନିର୍ଦ୍ଦେଶର ଉଲ୍ଲଙ୍ଘନ କରୁଥିବା ଲୋକମାନଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଏହି ନିର୍ଦ୍ଦେଶନାମାରେ କୁହାଯାଇଛି।

Share Now:

Kalinga News Beuro

Next Post

ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ନୀତୀଶ

Tue Nov 17 , 2020
ତାରକିଶୋର ପ୍ରସାଦ, ରେଣୁଦେବୀ ଉପମୁଖ୍ୟମନ୍ତ୍ରୀ ପାଟନା: ଲଗାତାର ଚତୁର୍ଥ ଥର ପାଇଁ ଜେଡିୟୁ ସୁପ୍ରିମୋ ନୀତୀଶ କୁମାର ଗତକାଲି ବିହାରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ରାଜଭବନରେ ଅନୁଷ୍ଠିତ ସମାରୋହରେ ରାଜ୍ୟପାଳ ଫାଗୁ ଚୌହାନ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଥିଲେ। ମୁଖ୍ୟମନ୍ତ୍ରୀ ଭାବେ ଏହା ଏହା ଥିଲା ନୀତୀଶଙ୍କ ସପ୍ତମ ଶପଥ ଗ୍ରହଣ। ଗତକାଲି ନୀତୀଶଙ୍କ ସହିତ ବିଜେପି ନେତା ତାରକିଶୋର ପ୍ରସାଦ ଏବଂ […]
ନୀତୀଶଙ୍କ ଆଉ ଏକ ଇନିଂସ୍

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial