ପୁରୀ ଢାଞ୍ଚାରେ ୯ ମାସ ପରେ ଖୋଲିଲା ଶ୍ରୀଲିଙ୍ଗରାଜ ମନ୍ଦିର

ଖୋଲିଲା ଶ୍ରୀଲିଙ୍ଗରାଜ ମନ୍ଦିର

ଆଜି ଦର୍ଶନ କରୁଛନ୍ତି ସେବାୟତ ଓ ସେମାନଙ୍କ ପରିବାର

ପୁରୁଣା ଭୁବନେଶ୍ବର: ଦୀର୍ଘ ୯ ମାସ ପରେ ଆଜି (ରବିବାର) ଶ୍ରୀଲିଙ୍ଗରାଜ ମନ୍ଦିର ଖୋଲିଛି। ପୁରୀ ଶ୍ରୀମନ୍ଦିର ଢାଞ୍ଚାରେ ଆଜିଠାରୁ ଖୋଲିଛି ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର। ହେଲେ ଆଜି କେବଳ ସେବାୟତଙ୍କ ପାଇଁ ଖୋଲିଛି ଲିଙ୍ଗରାଜ ମନ୍ଦିର। ପୁରୀ ଶ୍ରୀମନ୍ଦିର ଢାଞ୍ଚାରେ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କୁ ପ୍ରଥମେ ଦର୍ଶନ କରୁଛନ୍ତି କେବଳ ସେବାୟତ ଓ ସେମାନଙ୍କ ପରିବାର। ଆଜିଠାରୁ ଆଗାମୀ ୩୧ ତାରିଖ ଯାଏଁ ସେବାୟତ ପରିବାରକୁ ଲିଙ୍ଗରାଜଙ୍କ ଦର୍ଶନ ଅନୁମତି ମିଳିବ। କେବଳ କୋଭିଡ କଟକଣା ଭିତରେ ଦର୍ଶନ ଲାଗି ଅନୁମତି ଦିଆଯାଇଛି। ତେବେ ନୂଆବର୍ଷରେ ୨ ଦିନ ଦର୍ଶନ ବନ୍ଦ ରହିବ। ୩ରୁ ୫ ତାରିଖ ଯାଏଁ ଭୁବନେଶ୍ୱରବାସୀ ଶ୍ରୀଲିଙ୍ଗରାଜ ଦର୍ଶନ କରିପାରିବେ। ଜାନୁଆରି ୬ ତାରିଖରୁ ସାଧାରଣ ଭକ୍ତ ଲିଙ୍ଗରାଜଙ୍କ ଦର୍ଶନ କରିପାରିବେ ବୋଲି ଜଣାଯାଇଛି। ଏଣେ ବିଏମସି ପକ୍ଷରୁ ଆବଶ୍ୟକତା ଅନୁଯାୟୀ ମନ୍ଦିର ବାହାରେ ବ୍ୟାରିକେଡ୍ କରି ପୁଲିସକୁ ହସ୍ତାନ୍ତର କରାଯାଇଛି। ଶୃଙ୍ଖଳା ରକ୍ଷା ପାଇଁ ୩ ପ୍ଲାଟୁନ୍ ପୁଲିସ ବଳ ସହ ୨ ସେକ୍ସନ ମହିଳା ପୁଲିସ ବଳ ନିୟୋଜିତ ହେବେ। ସମସ୍ତେ ଠିକ୍ ଭାବେ ମାସ୍କ ପିନ୍ଧିବା ସହ ୬ ଫୁଟର ସାମାଜିକ ଦୂରତା ବଜାୟ ରଖିବାକୁ କୁହାଯାଇଛି। ମନ୍ଦିର ଟ୍ରଷ୍ଟ ପକ୍ଷରୁ ପ୍ରବେଶ ଓ ପ୍ରସ୍ଥାନ ପଥରେ ହାତଧୁଆ ଏବଂ ସାନିଟାଇଜର ବ୍ୟବସ୍ଥା କରାଯାଇଛି। ପାନ ଓ ଗୁଟଖା ଖାଇବା ଏବଂ ମନ୍ଦିର ପରିସରରେ ଛେପ ପକାଇବା ଉପରେ କଟକଣା ଜାରି କରାଯାଇଛି। ବରିଷ୍ଠ ନାଗରିକ, ଅସୁସ୍ଥ ବ୍ୟକ୍ତି, ଗର୍ଭବତୀ ମହିଳା ଏବଂ ୧୦ ବର୍ଷରୁ କମ୍ ବୟସର ପିଲାଙ୍କ ପ୍ରବେଶକୁ ବାରଣ କରାଯାଇଛି।

Share Now:

Kalinga News Beuro

Next Post

ଗୌହାଟୀର କାମାକ୍ଷା ମନ୍ଦିରରେ ଅମିତ ଶାହଙ୍କ ପୂଜାର୍ଚ୍ଚନା

Sun Dec 27 , 2020
ଗୌହାଟୀ: ଦୁଇ ଦିନିଆ ପୂର୍ବୋତ୍ତର ରାଜ୍ୟ ଗସ୍ତରେ ଥିବା କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଆଜି ପୂର୍ବାହ୍ନରେ ମୁଖ୍ୟମନ୍ତ୍ରୀ ସର୍ବଣାନନ୍ଦ ସୋନୋଓ୍ଵାଲ୍‌ ଏବଂ ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଙ୍କ ସହ ଗୌହାଟିସ୍ଥିତ କାମାକ୍ଷା ମନ୍ଦିରକୁ ଯାଇ ପୂଜାର୍ଚ୍ଚନା କରିଛନ୍ତି। କାମାକ୍ଷା ମନ୍ଦିର ଦର୍ଶନ ସମୟର କେତୋଟି ଫଟୋ ମଧ୍ୟ ଅମିତ ଶାହ ଟୁଇଟ୍‌ରେ ପୋଷ୍ଟ୍‍ କରି ଲେଖିଛନ୍ତି, ଆମ ନାଗରିକମାନଙ୍କ ମଙ୍ଗଳ ଓ ସମୃଦ୍ଧି କାମନା କରି ପ୍ରାର୍ଥନା କରିବା […]
କାମାକ୍ଷା ମନ୍ଦିରରେ ଅମିତ ଶାହଙ୍କ ପୂଜାର୍ଚ୍ଚନା

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial