ରାଜ୍ୟବାସୀଙ୍କୁ ନୂତନ ବର୍ଷର ଶୁଭେଚ୍ଛା ଜଣାଇଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ

ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଓଡ଼ିଶାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ନୂତନ ବର୍ଷର ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ନିଜର ଶୁଭେଚ୍ଛା ବାର୍ତ୍ତାରେ ୨୦୨୧ ବର୍ଷ ରାଜ୍ୟବାସୀଙ୍କ ଜୀବନରେ ହସ, ଖୁସି, ଶାନ୍ତି ଓ ସମୃଦ୍ଧି ଭରିଦେଉ ବୋଲି କହିଛନ୍ତି। ଏହାଛଡ଼ା ରାଜ୍ୟକୁ ଦେଶର ଶ୍ରେଷ୍ଠ ରାଜ୍ୟରେ ପରିଣତ କରିବା ପାଇଁ ସମସ୍ତେ ନିଜ ନିଜ ସ୍ତରରେ ନିଷ୍ଠାପର ପ୍ରୟାସ ଜାରି ରଖିବାକୁ ସେ ଆହ୍ବାନ ଦେଇଛନ୍ତି। ଠିକ୍ ସେହିପରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ଟୁଇଟରରେ ଲେଖିଛନ୍ତି, ‘ସମସ୍ତଙ୍କୁ ନୂତନ ବର୍ଷର ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ମହାପ୍ରଭୁଙ୍କ କୃପାରୁ ବର୍ଷ ୨୦୨୧ ସମସ୍ତଙ୍କ ପାଇଁ ସୁଖ, ସମୃଦ୍ଧି ଓ ପ୍ରଗତିର ବର୍ଷ ହେଉ।’

Share Now:

Kalinga News Beuro

Next Post

ବଦଳିଲା ଭୁବନେଶ୍ବର ରାଜଧାନୀ ଏକ୍ସପ୍ରେସର ସମୟ

Fri Jan 1 , 2021
ନୂଆଦିଲ୍ଲୀ : ନୂଆଦିଲ୍ଲୀରୁ ଭୁବନେଶ୍ବର ମଧ୍ୟରେ ଚଳାଚଳ କରୁଥିବା ରାଜଧାନୀ ଏକ୍ସପ୍ରେସ ଜାନୁଆରି ୯ ତାରିଖରୁ ନୂଆ ସମୟ ଅନୁସାରେ ଯାତ୍ରା କରିବ। ବଦଳା ଯାଇଥିବା ସମୟ ଅନୁଯାୟୀ ପୂର୍ବ ତୁଳନାରେ ଟ୍ରେନ୍‌ ୪୦ ମିନିଟ କମ୍ ସମୟରେ ଯାତ୍ରା ପୂରା କରିବ। ଜାନୁୟାରି ୯ରୁ ଭୁବନେଶ୍ବର-ନୂଆଦିଲ୍ଲୀ ରାଜଧାନୀ ଏକ୍ସପ୍ରେସ (୦୨୮୫୫/୦୨୮୫୬) ଟ୍ରେନ୍ ଭୂବନେଶ୍ବରରୁ ପ୍ରତ୍ୟେକ ଶନିବାର ସକାଳ ୭.୧୦ ମିନିଟ୍ ପରିବର୍ତ୍ତେ ସକାଳ ୭.୧୫ ମିନିଟରୁ ଗଡିବ। ଅପରପକ୍ଷେ […]
ରାଜଧାନୀ ଏକ୍ସପ୍ରେସର ସମୟ ବଦଳିଲା

ଆହୁରି ପଢ଼ନ୍ତୁ

Social media & sharing icons powered by UltimatelySocial