ଭୁବନେଶ୍ବର : କୋଭିଡ୍ କଟକଣା ମଧ୍ୟରେ ଶୁକ୍ରବାରଠାରୁ ସ୍କୁଲ ଖୋଲିବ। କେବଳ ଦଶମ ଓ ଦ୍ବାଦଶ ଶ୍ରେଣୀ ଛାତ୍ରଛାତ୍ରୀ ସ୍କୁଲ ଯିବେ। ମାଧ୍ୟମିକ ଶିକ୍ଷା ପରିଷଦ ଅଧୀନରେ ପରୀକ୍ଷା ଦେବା ପାଇଁ ପ୍ରସ୍ତୁତ ହେଉଥିବା ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ନିମନ୍ତେ ଜାନୁଆରି ୮ରୁ ଏପ୍ରିଲ ୨୬ ତାରିଖ ପର୍ଯ୍ୟନ୍ତ ଓ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଅଧୀନରେ ପରୀକ୍ଷା ଦେବାକୁ ଥିବା ଦ୍ବାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଠପଢ଼ା ଜାନୁଆରି ୮ରୁ ଏପ୍ରିଲ ୨୮ପର୍ଯ୍ୟନ୍ତ ହେବ। ଉଭୟ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ଶନିବାର/ରବିବାରକୁ ମିଶାଇ ୧୦୦ ଦିନର ପାଠପଢ଼ା ହେବ। ଆବଶ୍ୟକସ୍ଥଳେ ଅନ୍ୟଦିନକୁ ଛୁଟି ଦିନ ଘୋଷଣା କରାଯିବ। ସେଥିପାଇଁ ଶିକ୍ଷକ/ଶିକ୍ଷୟିତ୍ରୀ ଏବଂ ଛାତ୍ରଛାତ୍ରୀଙ୍କ ପାଇଁ ଏକ ମାର୍ଗଦର୍ଶିକା(ଏସ୍ଓପି) ଜାରି ହୋଇଛି।
Share Now: