ଭୁବନେଶ୍ୱର: ବାଚସ୍ପତି ବିକ୍ରମ ଆରୁଖଙ୍କ ପରେ ରାଜ୍ୟ ମନ୍ତ୍ରିମଣ୍ଡଳର ଦୁଇ ମନ୍ତ୍ରୀ ଆଜି ଇସ୍ତଫା ଦେଇଛନ୍ତି। ଶ୍ରମମନ୍ତ୍ରୀ ଶ୍ରୀକାନ୍ତ ସାହୁ ଓ ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶ ଇସ୍ତଫା ଦେଇଥିବା ଖବର ସାମ୍ନାକୁ ଆସିଛି। ଦଳର ସାଂଗଠନିକ କାର୍ଯ୍ୟ ତୁଲାଇବା ଲାଗି ସେମାନେ ଇସ୍ତଫା ଦେଇଛନ୍ତି ବୋଲି ଉଭୟ ଶ୍ରୀକାନ୍ତ ସାହୁ ଓ ସମୀର ରଞ୍ଜନ ଦାଶ ପ୍ରତିକ୍ରିୟା ଦେଇଛନ୍ତି। ଏହି ଇସ୍ତଫା ରାଜ୍ୟ ମନ୍ତ୍ରିମଣ୍ଡଳରେ ଅଦଳବଦଳର ସୂଚନା ଦେଉଛି […]

ଭୁବନେଶ୍ୱର: ଝାରସୁଗୁଡ଼ା ଉପନିର୍ବାଚନକୁ ନେଇ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ପରସ୍ପର ବିରୁଦ୍ଧରେ ଅଭିଯୋଗ କରିବାକୁ ଭେଟିଛନ୍ତି ବିଜେଡି ଓ ବିଜେପି ଟିମ୍। ବିଜେପିର ଅଭିଯୋଗ ଅନୁଯାୟୀ, ସରକାରୀ ଦଳ ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ କରୁଛି। ମୁକ୍ତ ଅବାଧ ନିର୍ବାଚନ ହେଉ ନାହିଁ। ସରକାରୀ କଳକୁ ନିର୍ବାଚନ ପ୍ରଚାରରେ ଲଗାଉଛି ଶାସକ ଦଳ। ଭୋଟରଙ୍କୁ ପ୍ରଭାବିତ କରାଯାଉଛି। କୋଲାବିରା ବ୍ଲକ ଜିଲ୍ଲାପାଲି ଗ୍ରାମ ପଞ୍ଚାୟତର କମ୍ୟୁନିଟି ରିସୋର୍ସ ପର୍ସନ ଅଶ୍ମିତା […]

ମୁମ୍ବାଇ: ଏନସିପିର ଅଧ୍ୟକ୍ଷ ପଦରୁ ଇସ୍ତଫା ପ୍ରତ୍ୟାହାର କରିଛନ୍ତି ଶରଦ ପାୱାର। ସେ ଶୁକ୍ରବାର ଦିନ ଏକ ସାମ୍ବାଦିକ ସମ୍ମିଳନୀରେ ଘୋଷଣା କରିଛନ୍ତି, “ମୁଁ ଆପଣମାନଙ୍କର ଭାବନାକୁ ଅପମାନିତ କରିପାରିବି ନାହିଁ। ମୁଁ ଭାବପ୍ରବଣ ହୋଇପଡିଛି ଏବଂ ମୋର ନିଷ୍ପତ୍ତି ପ୍ରତ୍ୟାହାର କରୁଛି।” ଏନସିପି ମୁଖ୍ୟ ଶରଦ ପାୱାର କହିଛନ୍ତି ଯେ ମେ ୨ରେ ମୁଁ ଏନସିପି ଅଧ୍ୟକ୍ଷ ପଦରୁ ଇସ୍ତଫା ଦେବାକୁ ନିଷ୍ପତ୍ତି ନେଇଥିଲି। ଲାଗୁଥିଲା ମୋର ଅନେକ […]

ଝାରସୁଗୁଡ଼ା: ଉପନିର୍ବାଚନ ପୂର୍ବରୁ ଜିଲ୍ଲା କଂଗ୍ରେସକୁ ଆଉ ଏକ ଝଟକା ଲାଗିଛି। ଝାରସୁଗୁଡ଼ା ଜିଲ୍ଲା ସଭାପତି ପଦରୁ ଇସ୍ତଫା ଦେଇଛନ୍ତି ଅଶୋକ ମିଶ୍ର। ଶ୍ରୀ ମିଶ୍ର ଆଜି ପିସିସି ସଭାପତିଙ୍କ ନିକଟକୁ ତାଙ୍କର ଇସ୍ତଫା ପତ୍ର ପଠାଇଥିବା ଜଣାପଡ଼ିଛି। ତେବେ କେଉଁ କାରଣ ପାଇଁ ଶ୍ରୀ ମିଶ୍ର ଇସ୍ତଫା ଦେଲେ ସ୍ପଷ୍ଟ କରିନାହାନ୍ତି। ତେବେ ସେ କଂଗ୍ରେସର ପ୍ରାଥମିକ ସଦସ୍ୟତା ଏବେ ବି ରଖିଛନ୍ତି ଓ ଏବେ ବି କଂଗ୍ରେସରେ […]

ଭୁବନେଶ୍ୱର: ଜାପାନ ଗସ୍ତରୁ ରାଜ୍ୟକୁ ବଡ଼ ସଫଳତା ମିଳିଛି। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ଶିଳ୍ପ ମନ୍ତ୍ରୀ ପ୍ରତାପ ଦେବ। ସେ କହିଛନ୍ତି, ଓଡ଼ିଶାରେ ଓଡ଼ିଶାରେ ଦେଶର ବୃହତ୍ତମ ଇସ୍ପାତ କାରଖାନା ପ୍ରତିଷ୍ଠା ହେବ। ମୁଖ୍ୟମନ୍ତ୍ରୀ ନିପନ ଷ୍ଟିଲ ବୁଲି ଦେଖିଛନ୍ତି। ୯ଦିନର ଗସ୍ତକୁ ବେଶ୍ ସଫଳତା ମିଳିଛି।ରାଜ୍ୟ ଶିଳ୍ପ ମନ୍ତ୍ରୀ ଆହୁରି କହିଛନ୍ତି, ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ମିଶନ ମୋଡରେ ଶିଳ୍ପାୟନ ଆଗେଇବ। ନିପନ ଷ୍ଟିଲ ପ୍ଲାଣ୍ଟ ଓଡ଼ିଶାରେ ୩୦ନିୟୁତ […]

ପାଟନା: ରାମନବମୀ ପରେ ରାଜ୍ୟର କେତେକ ପ୍ରାନ୍ତରେ ଉପୁଜିଥିବା ହିଂସାକାଣ୍ଡ ଉପରେ ଆଲୋଚନା ଚାଲିଥିବା ବେଳେ ବିଭ୍ରାଟ କରିବାରୁ ବିହାର ବିଧାୟକ ତଥା ‘ବିଜେପି’ ନେତା ଜୀବେଶ କୁମାରଙ୍କୁ ଉଠାଇ ନେଇ ବିଧାନସଭା ବାହାରେ ଫିଙ୍ଗି ଦିଆଯାଇଥିବା କେତେକ ଗଣମାଧ୍ୟମ ରିପୋର୍ଟ କରିଛନ୍ତି। ବିଧାନସଭା ବାହାରେ ଉତ୍ତୋଳିତ ଭିଡିଓରେ ଦେଖାଯାଉଛି ୪ଜଣ ମାର୍ସାଲ୍‌ ‘ବିଜେପି’ ବିଧାୟକ କୁମାରଙ୍କୁ ଉଠାଇ ନେଉଥିବା ଦେଖାଯାଉଛି। ସେତେବେଳେ କୁମାର କହୁଛନ୍ତି, ବିରୋଧୀ ନେତାମାନଙ୍କ ସହିତ […]

ଗୌହାଟି: ରାଜ୍ୟ ବିଧାନସଭା ଅଧିବେଶନରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ଚାଲିଥିବା ବେଳେ ଅଶ୍ଲୀଳ ଭିଡିଓ ଦେଖିଲେ ବିଧାୟକ। ତ୍ରିପୁରାର ଜଣେ ବିଜେପି ବିଧାୟକ ବିଧାନସଭା‌ରେ ଅଶ୍ଳୀଳ ଭିଡିଓ ଦେଖୁଥିବା ସାମ୍ନାକୁ ଆସିଛି। ଏହାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରୁ ଏହାକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକଙ୍କ ନାଁ ଯାଦବ ଲାଲ ନାଥ ବୋଲି ଜଣାପଡ଼ିଥିବା ବେଳେ ସେ ଉତ୍ତର-ପୂର୍ବ ରାଜ୍ୟର ବଗବସା ନିର୍ବାଚନମଣ୍ଡଳୀକୁ ପ୍ରତିନିଧିତ୍ୱ କରୁଛନ୍ତି। […]

ଭୁବନେଶ୍ବର: ଆଜି ଶୂନ୍ୟକାଳରେ ପୁଣି ନବ ଦାସ ପ୍ରସଙ୍ଗ ଉଠାଇଛନ୍ତି ବିରୋଧୀ ଦଳ ନେତା ଜୟ ନାରାୟଣ ମିଶ୍ର। ଏଣେ ତାଙ୍କ କଥାକୁ ସମର୍ଥନ କରିଛନ୍ତି କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର। ବିରୋଧୀ ଦଳ ନେତା କହିଛନ୍ତି, ନବ ଦାସ ଷଡ଼ଯନ୍ତ୍ର ହତ୍ୟାର ଷାଠିଏ ଦିନ ପୂର୍ଣ୍ଣ ହେଲା। ହତ୍ୟାର ଉଦ୍ଦେଶ୍ୟ ଏବଂ ଏହା ପଛରେ କିଏ ଜଣା ପଡ଼ିଲା ନାହିଁ। ଏଥିରୁ ଓଡ଼ିଶା ପୁଲିସର ପାରିବାପଣିଆ […]

ଭୁବନେଶ୍ୱର: କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ରଙ୍କ ଦ୍ଵାରା ଅଣାଯାଇଥିବା ସ୍ୱାଧିକାର ଭଙ୍ଗ ନୋଟିସ୍ ଜାରି ନ ହେବାକୁ ନେଇ ଆଜି ବିଧାନସଭା ସରଗରମ ହୋଇଛି। ମୁଖ୍ୟମନ୍ତ୍ରୀଙ୍କ ବିରୁଦ୍ଧରେ ସ୍ୱାଧୀକାର ଭଙ୍ଗ ନୋଟିସ ଅଣା ଯାଇଥିବାରୁ ତାକୁ ଗ୍ରହଣ କରା ଗଲାନି କି ବୋଲି ପ୍ରଶ୍ନ କରିଛନ୍ତି କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର। ସେ କହିଛନ୍ତି, ପୂର୍ବରୁ ଯେବେ ସ୍ୱାଧିକାର ଭଙ୍ଗ ନୋଟିସ୍ ମୁଁ ଯେଉଁ […]

ସୁଶାନ୍ତ ସିଂହଙ୍କୁ ତଦନ୍ତ ପରିସରଭୁକ୍ତ କରିବାକୁ ଦାବି ଭୁବନେଶ୍ଵର: ବିଧାନସଭା ସମ୍ମୁଖରେ ଛାତ୍ର କଂଗ୍ରେସର ବିକ୍ଷୋଭ ବେଳେ ପୁଲିସ- ଛାତ୍ର କଂଗ୍ରେସ କର୍ମୀଙ୍କ ମଧ୍ୟରେ ଧସ୍ତାଧସ୍ତି ହୋଇଛି। ବିଧାନସଭା ଘେରାଉ ପାଇଁ ଯିବା ବେଳେ ପୁଲିସ ସହ କିଛି ଛାତ୍ର କଂଗ୍ରେସ କର୍ମୀ ଧସ୍ତାଧସ୍ତି ହୋଇଥିଲେ। ନବ ଦାସ ହତ୍ୟା ପ୍ରସଙ୍ଗରେ ଭଟଲି ବିଧାୟକ ସୁଶାନ୍ତ ସିଂହଙ୍କୁ ତଦନ୍ତ ପରିସରଭୁକ୍ତ କରିବାକୁ ଦାବି କରିଛି ଛାତ୍ର କଂଗ୍ରେସ। ଏହାପରେ କେତେକ […]

Social media & sharing icons powered by UltimatelySocial