ଭୁବନେଶ୍ୱର: ବିଜୁ ଜନତା ଦଳ (ବିଜେଡି) ଓ ଭାରତୀୟ ଜନତା ଦଳ ପରେ କଂଗ୍ରେସ ଓଡ଼ିଶାରେ ବିଧାନସଭା ନିର୍ବାଚନ ପାଇଁ ପ୍ରଥମ ଦଫାରେ ନିଜର ତାଲିକା ଘୋଷଣା କରିଛି। କଂଗ୍ରେସ ପ୍ରଥମ ତାଲିକାରେ ୪୯ ଜଣଙ୍କର ନାମ ଘୋଷଣା କରିଛି। ଏହି ତାଲିକାରେ ସ୍ଥାନ ପାଇଥିବା ପ୍ରାର୍ଥୀମାନଙ୍କ ମଧ୍ୟରୁ ଚତୁର୍ଥ ପର୍ଯ୍ୟାୟରେ ହେବାକୁ ଥିବା ନିର୍ବାଚନ ପାଇଁ ୨୩ ଜଣ ଓ ପଞ୍ଚମ ପର୍ଯ୍ୟାୟର ନିର୍ବାଚନ ପାଇଁ ୨୯ ଜଣ […]

ସମ୍ଭାବ୍ୟ ପ୍ରାର୍ଥୀ ଚର୍ଚ୍ଚାରେ ନବୀନ ନିବାସ କର୍ମଚାରୀ ବାଲିଅନ୍ତା/ବାଲିପାଟଣା: ଜୟଦେବ ନିର୍ବାଚନ ମଣ୍ଡଳୀର ବିଜେଡି ଟିକେଟ କିଏ ପାଇବ, ତାହାକୁ ନେଇ ଏବେ ସରଗରମ ଆଲୋଚନା। ବିଧାୟକ ଅରବିନ୍ଦ ଢାଲି ଦଳ ଛାଡ଼ିଦେଲା ପରେ ଏଥର ବିଜେଡି କାହାକୁ ମଇଦାନକୁ ଓହ୍ଲାଇବ ତହା ସ୍ପଷ୍ଟ ହେଉ ନାହିଁ। ଏହି ସମୟରେ ବିଜେଡିର ଗୋଷ୍ଠୀ ବିବାଦ ଚର୍ଚ୍ଚାର ବିଷୟ ହୋଇଛି। ଗୋଟିଏ ପଟେ ଆମ ସଂଗଠନର ମୁଖ୍ୟ କମଳ ପାତ୍ର(ଚନ୍ଦନ)ଙ୍କ ସମର୍ଥନରେ […]

ଜଗତସିଂହପୁର: ତିର୍ତ୍ତୋଲ ଓ ଜଗତସିଂହପୁରର ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ୱାଳ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଇଛନ୍ତି। ରାଜ୍ୟସଭା ସାଂସଦ ମାନସ ମଙ୍ଗରାଜଙ୍କ ଉପସ୍ଥିତିରେ ସେ ସମର୍ଥକଙ୍କ ସହ ଶଙ୍ଖଭବନକୁ ଆସି ବିଜେଡିରେ ମିଶିଛନ୍ତି। ତେବେ ସେ ବିଜେଡିରେ ସାମିଲ ପରେ କହିଛନ୍ତି, ମୁଖ୍ୟମନ୍ତ୍ରୀ ମୋତେ ବିଜେଡିରେ ସାମିଲ କରିଥିବାରୁ କୃତଜ୍ଞତା ଜଣାଉଛି। କିଛି ସ୍ୱାର୍ଥ ନେଇ ମୁଁ ଦଳକୁ ଆସିନାହିଁ। ତାଙ୍କ ବିକାଶମୂଳକ କାମରେ ଆକର୍ଷିତ ହୋଇଛି। […]

ଭୁବନେଶ୍ୱର: ସାଧାରଣ ନିର୍ବାଚନ ପୂର୍ବରୁ ରାଜ୍ୟରେ ନେତାଙ୍କ ଦଳ ଡିଆଁ ପର୍ବ ଜାରି ରହିଛି। ଆଜି ସକାଳ ପାଖାପାଖି ୧୦ଟା ୬ ମିନିଟ ସମୟରେ ଉତ୍ତର ଭୂବନେଶ୍ୱରର ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର ବିଜେଡି ଛାଡ଼ିଥିଲେ। ମାତ୍ର ୨ ଘଣ୍ଟା ଭିତରେ ପରେ ରାଜ୍ୟ ବିଜେପି କାର୍ଯ୍ୟାଳୟକୁ ଯାଇ ବିଜେପିରେ ସାମିଲ ହୋଇଛନ୍ତି। ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବରେ ରାଜ୍ୟ ପ୍ରଭାରୀ, ସଭାପତି ମନମୋହନ ସାମଲ, ଭୁବନେଶ୍ୱର […]

ନୀଳଗିରି: ନୀଳଗିରି ବିଧାୟକ ସୁକାନ୍ତ ନାୟକ ବିଜେପିରୁ ଇସ୍ତଫା ଦେଇଛନ୍ତି। ରାଜ୍ୟ ବିଜେପି ସଭାପତିଙ୍କୁ ନିଜ ଇସ୍ତଫାପତ୍ର ପଠାଇ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି ସୁକାନ୍ତ। ତେବେ ସେ କାହିଁକି ବିଜେପି ଛାଡ଼ିଲେ ସେନେଇ କୌଣସି ଟିପ୍ପଣୀ ଦେଇନାହାନ୍ତି। ଏହାପୂର୍ବରୁ ୨୦୧୯ରେ ବିଜେପି ଟିକେଟରେ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ ସୁକାନ୍ତ। ଏହାପୂର୍ବରୁ ୨୦୧୪ରେ ବିଜେଡି ଟିକେଟରୁ ମଧ୍ୟ ବିଧାୟକ ହୋଇଥିଲେ ସେ। କିନ୍ତୁ ୨୦୧୯ରେ ଦଳ ଟିକେଟ […]

ନୂଆଦିଲ୍ଲୀ: ଲୋକସଭା ନିର୍ବାଚନ ପୂର୍ବରୁ ଓଡ଼ିଶାର ରାଜନୀତିରେ ବଡ଼ ଧରଣର ନେତାଙ୍କ ଦଳ ବଦଳ ହୋଇଛି। ବିଜେଡିରୁ ଇସ୍ତଫା ଦେଇଥିବା ସାଂସଦ ଭର୍ତ୍ତୃହରି ମହତାବ, ପୂର୍ବତନ ସାଂସଦ ସିଦ୍ଧାନ୍ତ ମହାପାତ୍ର ଗୁରୁବାର ବିଜେପିରେ ଯୋଗ ଦେଇଛନ୍ତି। ଅପରାହ୍ନ ସାଢ଼େ ୨ଟାରେ ନୂଆଦିଲ୍ଲୀର ବିଜେପି ମୁଖ୍ୟାଳୟରେ ଦଳରେ ଯୋଗ ଦେଇଛନ୍ତି। ଏହା ସହିତ ମୟୂରଭଞ୍ଜର ପଦ୍ମଶ୍ରୀ ଦମୟନ୍ତୀ ବେସ୍ରା ମଧ୍ୟ ବି‌ଜେପିରେ ଯୋଗ ଦେଇଛନ୍ତି।ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ […]

ଭୁବନେଶ୍ବର: ବିଜେପି ପକ୍ଷରୁ ସମ୍ବଲପୁର ଲୋକସଭା ପ୍ରାର୍ଥୀ ଭାବେ ନାଁ ଘୋଷଣା ହେବା ପରେ ଆଜି ସକାଳେ ପ୍ରଥମେ ଶ୍ରୀମନ୍ଦିର ଓ ପରେ ରାଜଧାନୀରେ ଲିଙ୍ଗରାଜ ମନ୍ଦିରକୁ ଯାଇ ମହାପ୍ରଭୁଙ୍କ ଆଶିଷ ଭିକ୍ଷା କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏହି ଅବସରରେ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇବା ସହ ଗୁଣ୍ଡୁଚି ମୂଷା ପରି ସମ୍ବଲପୁରର ବିକାଶ ପାଇଁ କାମ କରିବି ବୋଲି ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ସେ ଆହୁରି କହିଛନ୍ତି ଯେ […]

ଭୁବନେଶ୍ୱର: ନୟାଗଡ଼ର ଜଣାଶୁଣା ନେତ୍ରୀ ଇରାନୀ ରାୟ ଅବଶେଷରେ ବିଜେଡିରେ ଯୋଗ ଦେଇଛନ୍ତି। ଶଙ୍ଖ ଭବନରେ ମିଶ୍ରଣ ପର୍ବରେ ବିଧିବଦ୍ଧ ଭାବେ ସେ ବିଜେଡିରେ ଯୋଗଦେଇଛନ୍ତି। ଗତ କିଛି ଦିନ ତଳେ ସେ ବିଜେପିରୁ ଇସ୍ତଫା ଦେଇଥିଲେ ଇରାନୀ। ୨୦୧୯ରେ ବିଜେପିର ବିଧାୟକ ପ୍ରାର୍ଥୀ ଭାବେ ନିର୍ବାଚନ ଲଢିଥିଲେ ଇରାନୀ। ରାଜ୍ୟସଭା ସାଂସଦ ମାନସ ମଙ୍ଗରାଜ ଓ ବିଧାୟକ ଅରୁଣ ସାହୁଙ୍କ ଉପସ୍ଥିତିରେ ସେ ଶଙ୍ଖ ଧରିଛନ୍ତି। ବିଜେଡିରେ ଯୋଗ […]

ଭୁବନେଶ୍ୱର : କଟକ ସାଂସଦ ଭର୍ତ୍ତୃହରି ମହତାବ୍‌ ଶୁକ୍ରବାର ବିଜୁ ଜନତା ଦଳ (ବିଜେଡି) ଛାଡ଼ିଛନ୍ତି। ସେ ନିଜର ଇସ୍ତଫାପତ୍ରକୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ପଠାଇଛନ୍ତି। ଏଥି ସହିତ ଶ୍ରୀ ମହତାବ୍‌ ଦଳର ପ୍ରାଥମିକ ସଦସ୍ୟ ପଦରୁ ମଧ୍ୟ ଇସ୍ତଫା ଦେଇଛନ୍ତି। କଟକରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ନିଜେ ଶ୍ରୀ ମହତାବ୍‌ ଏହି ସୂଚନା ଦେଇଛନ୍ତି। ତେବେ ଶ୍ରୀ ମହତାବ୍‌ କେଉଁ ଦଳରେ ଯୋଗଦେବେ ସେନେଇ ଘୋଷଣା […]

ଭବିଷ୍ୟତରେ ଏନଡିଏରେ ଯୋଗ ଦେବାନେଇ ଦେଲେ ସଙ୍କେତ ଜମ୍ମୁ: ଆଗାମୀ ଲୋକସଭା ନିର୍ବାଚନରେ ତାଙ୍କ ଦଳ ସମସ୍ତ ଆସନରେ ଏକାକୀ ଲଢ଼ିବ ଏବଂ ଭବିଷ୍ୟତରେ ସେ ପୁଣି ଥରେ ବିଜେପି ନେତୃତ୍ୱାଧୀନ ଏନଡିଏରେ ଯୋଗ ଦେଇପାରନ୍ତି ବୋଲି ସଙ୍କେତ ଦେଇଛନ୍ତି ନ୍ୟାସନାଲ କନଫରେନ୍‌ସ ଅଧ୍ୟକ୍ଷ ଫାରୁକ ଅବଦୁଲ୍ଲା। ଜାତୀୟ ସ୍ତରର ସମ୍ବାଦ ପତ୍ରିକା ‘ଇଣ୍ଡିଆ ଟୁଡେ’କୁ ଦେଇଥିବା ଏକ ସ୍ୱତନ୍ତ୍ର ସାକ୍ଷାତକାରରେ ଫାରୁକ ଅବଦୁଲ୍ଲା କହିଛନ୍ତି ଯେ ନ୍ୟାସନାଲ କନଫରେନ୍‌ସ […]

Social media & sharing icons powered by UltimatelySocial