ଭୁବନେଶ୍ୱର; କରୋନା ଲଢେଇକୁ ମୁକାବିଲା କରିବା ପାଇଁ ଓଡ଼ିଶା ରାଜ୍ୟପାଳ ପ୍ରଫେସର ଗଣେସି ଲାଲ ଆଜି ଉଭୟ ପିଏମ କେୟାର୍ସ ଫଣ୍ଡ ଓ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫଣ୍ଡକୁ ସହାୟତା ପ୍ରଦାନ କରିଛନ୍ତି। ସେ ମୋଟ୍ ୩୪ ଲକ୍ଷ ୨୦ ହଜାର ଟଙ୍କାର ସହାୟତା ପ୍ରଦାନ କରିଥିବାବେଳେ ପିଏମ୍ କେୟାର୍ସ ଫଣ୍ଡକୁ ୧୩ ଲକ୍ଷ ୨୦ ହଜାର ଟଙ୍କା ଦେଇଛନ୍ତି । ସେହିପରି ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ୨୧ ଲକ୍ଷ ଟଙ୍କା […]

ନୂଆଦିଲ୍ଲୀ: କରୋନା ସଙ୍କଟ ଏବଂ ଲକଡାଉନ ଯୋଗୁଁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଗୁରୁବାର ଦିନ କଂଗ୍ରେସ ୱାର୍କିଂ କମିଟି ବୈଠକ କରିଛି। ଏହି ବୈଠକରେ କଂଗ୍ରେସର ମଧ୍ୟବର୍ତ୍ତୀକାଳୀନ ସଭାପତି ସୋନିଆ ଗାନ୍ଧୀ ମୋଦୀ ସରକାରଙ୍କୁ ଟାର୍ଗେଟ କରିଛନ୍ତି। ସୋନିଆ ଗାନ୍ଧୀ କହିଛନ୍ତି ଯେ ୨୧ ଦିନିଆ ତାଲାବନ୍ଦ ଆବଶ୍ୟକ, କିନ୍ତୁ ଏହା ଏକ ଯୋଜନାବଦ୍ଧ ଢଙ୍ଗରେ କାର୍ଯ୍ୟକାରୀ କରାଯାଇନାହିଁ । ଏହି ବନ୍ଦ ଯୋଗୁଁ ଲକ୍ଷ ଲକ୍ଷ ପ୍ରବାସୀ ଶ୍ରମିକଙ୍କୁ […]

ସ୍ୱପ୍ନ ଆଙ୍କିଛେ କେତେ, ସାକାର କରିଛେ କେତେ? ଭୁବନେଶ୍ୱର: ଆଜି ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ୮୪ ବର୍ଷରେ ପାଦ ଥାପିଛି । ମାତ୍ର ଓଡ଼ିଶା ମାଟି ମା’ର ଏହି ଜନ୍ମ ଦିବସ କରୋନା ମହାମାରୀ ପାଇଁ ଫିକା ପଡିଛି। ନା ସହର ଆଲୋକମାଳାରେ ଝଲସୁଛି ନା କୋଉଠି ସଭା ସମିତିରେ ଉତ୍କଳ ମାତାର ଗୁଣଗାନ ହୋଇପାରୁଛି। ଉତ୍କଳ ଦିବସ ଆସିଲେ ଅନେକ ବୁଦ୍ଧିଜୀବୀ, ଓଡ଼ିଆ ଓ ଓଡ଼ିଶା ପ୍ରେମୀ, ସରକାର […]

ଭୁବନେଶ୍ୱର: ବିଦେଶରୁ ଆସୁଥିବା ବ୍ୟକ୍ତିମାନଙ୍କ ପାଇଁ ପଞ୍ଜୀକରଣକୁ ବାଧ୍ୟତାମୂଳକ କରିଛନ୍ତି ରାଜ୍ୟ ସରକାର। ଯେଉଁ ବ୍ୟକ୍ତିମାନେ ବିଦେଶ ଗସ୍ତ ଶେଷ କରି ଓଡ଼ିଶାରେ ପହଞ୍ଚିବା ପରେ ନିଜର ନାମ ପଞ୍ଜୀକରଣ କରିବେ, ସେମାନେ ୧୫ ହଜାର ଟଙ୍କା ଲେଖାଏଁ ପ୍ରୋତ୍ସାହନ ପାଇପାରିବେ। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ତରଫରୁ ପ୍ରେସ୍‌ ବିଜ୍ଞପ୍ତିରେ ଏହି ସୂଚନା ଦିଆଯାଇଛି। ବିଜ୍ଞପ୍ତିରେ କୁହାଯାଇଛି ଯେ, ଅସାଧାରଣ ପରିସ୍ଥିତିରେ ଅସାଧାରଣ ପଦକ୍ଷେପ ଜରୁରୀ ଅଟେ। ଓଡ଼ିଶାବାସୀକୁ ସୁରକ୍ଷିତ ରଖିବା […]

ଡାକ୍ତର କହିଲେ ଆଖିରୁ ଲେନ୍‌ସ ଖସି ଯାଇଛି ଭୁବନେଶ୍ୱର : ୨୦୨୨ ମସିହା ସୁଦ୍ଧା ରାଜ୍ୟ ସରକାର ରାଜ୍ୟରେ ୨୫ ପ୍ରତିଶତ ଅନ୍ଧତ୍ୱ ଦୂରୀକରଣ ଲକ୍ଷ୍ୟ ରଖିଛନ୍ତି। ଏଥିପାଇଁ ସାର୍ବଜନୀନ ଚକ୍ଷୁ ସ୍ୱାସ୍ଥ୍ୟ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ମୋତିଆବିନ୍ଦୁ ଅସ୍ତ୍ରୋପଚାର ପାଇଁ ରଖାଯାଇଥିବା ଧାର୍ଯ୍ୟ ଲକ୍ଷ୍ୟ ହାସଲ କରିବା ଉପରେ ଗୁରୁତ୍ୱ ଦିଆଯାଉଛି। ମାତ୍ର କ୍ୟାପିଟାଲ ହସ୍ପିଟାଲରେ ଏହାର ବିପରୀତ ସ୍ଥିତି ଦେଖିବାକୁ ମିଳୁଛି। ମୋତିଆବିନ୍ଦୁ ଅସ୍ତ୍ରୋପଚାର କରିଥିବା ଜଣେ […]

ଭୁବନେଶ୍ୱର: କେନ୍ଦ୍ରାପଡ଼ା ଜିଲ୍ଲା ସୂଚନାଧିକାର କର୍ମୀ ରଂଜନ ଦାସ ହତ୍ୟାକାଣ୍ଡକୁ ଇତିମଧ୍ୟରେ ୪୦ଦିନ ବିତିଗଲାଣି। ମାତ୍ର ପୁଲିସ କୌଣସି ଅଭିଯୁକ୍ତକୁ ଗିରଫ କରିବାରେ ସଫଳ ହୋଇନାହିଁ। ତଦନ୍ତକୁ ଚାପି ଦେବା ଲାଗି ପୁଲିସ ପ୍ରଚେଷ୍ଟା ଜାରି ରଖିଛି ବୋଲି ଅଭିଯୋଗ ହୋଇଛି। ତେଣୁ ହତ୍ୟାକାଣ୍ଡର ସିବିଆଇ ତଦନ୍ତ କରାଗଲେ ପ୍ରକୃତ ଘଟଣା ସାମ୍ନାକୁ ଆସିପାରିବ ବୋଲି ଓଡ଼ିଶା ସୂଚନା ଅଧିକାର ଅଭିଯାନ ବା ଓସା ପକ୍ଷରୁ ଦାବି କରାଯାଇଛି। ଆଜି […]

ନୂଆଦିଲ୍ଲୀ: ୟେସ୍ ବ୍ୟାଙ୍କରେ ଜମା ଥିବା ଶ୍ରୀଜଗନ୍ନାଥ ମନ୍ଦିରର ୫୪୫ କୋଟି ଟଙ୍କା ଫେରାଇ ଆଣିବା ଲାଗି ବିଜୁ ଜନତା ଦଳ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ବୁଧବାର ବିଜେଡିର ଏକ ସଂସଦୀୟ ପ୍ରତିନିଧି ଦଳ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ଭେଟି ଶ୍ରୀଜଗନ୍ନାଥ ମନ୍ଦିରର ଜମା ଟଙ୍କା ଫେରାଇ ଆଣିବା ଲାଗି ଦାବି ଜଣାଇଛନ୍ତି। ବିଜେଡି ସାଂସଦ ପ୍ରସନ୍ନ ଆଚାର୍ଯ୍ୟଙ୍କ ନେତୃତ୍ୱରେ ଏକ ୪ ଜଣିଆ ପ୍ରତିନିଧିଦଳ ଅର୍ଥମନ୍ତ୍ରୀ […]

ଭୁବନେଶ୍ୱର: ରାଜ୍ୟସଭା ନିର୍ବାଚନକୁ ନେଇ ନିଜର ଆଭିମୁଖ୍ୟ ସ୍ପଷ୍ଟ କରିଛି ଭାରତୀୟ ଜନତା ପାର୍ଟି। ଓଡ଼ିଶାରେ ଖାଲି ଥିବା ୪ ରାଜ୍ୟସଭା ଆସନ ଲାଗି ଅନୁଷ୍ଠିତ ହେଉଥିବା ନିର୍ବାଚନରେ କୌଣସି ପ୍ରାର୍ଥୀ ଦେବନାହିଁ ବିଜେପି । ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ ବୁଧବାର ଏହା ସ୍ପଷ୍ଟ କରିଛି । ବିଜେପି ପାଖରେ ଆବଶ୍ୟକୀୟ ସଂଖ୍ୟା ନଥିବାରୁ ପ୍ରାର୍ଥୀ ନ ଦେବା ପାଇଁ ଦଳ ପକ୍ଷରୁ ନିଷ୍ପତ୍ତି ହୋଇଥିବା ପ୍ରକାଶ […]

ନୂଆଦିଲ୍ଲୀ: ନିର୍ଭୟା ଗଣଦୁଷ୍କର୍ମ ଏବଂ ହତ୍ୟା ମାମଲାରେ ୪ ଦୋଷୀଙ୍କୁ ଫାଶୀରେ ଝୁଲାଇବା ଲାଗି ଚତୁର୍ଥ ଥର ପାଇଁ ଡେଥ୍ ୱାରେଣ୍ଟ ଜାରି ହୋଇଥିବା ବେଳେ, ପୁଣି ଥରେ ଫାଶୀ ଟାଳିବାକୁ ନୂଆ ଚାଲ୍ ଖେଳିଛନ୍ତି ଦୋଷୀ । ଫାଶୀ ଦଣ୍ଡରୁ ବର୍ତ୍ତିବା ପାଇଁ ଦିଲ୍ଲୀ ଉପରାଜ୍ୟପାଳଙ୍କ ଠାରେ ଅପିଲ କରିଛି ଦୋଷୀ ବିନୟ ଶର୍ମା । ଦୋଷୀ ବିନୟର ଓକିଲ ଏ.ପି.ସିଂ ଜରିଆରେ ଦିଲ୍ଲୀ ଲେପ୍ଟନାଣ୍ଟ ଗଭର୍ଣ୍ଣରଙ୍କ ନିକଟରେ […]

୨୦କଂଗ୍ରେସ ବିଧାୟକ ଦେଲେ  ଇସ୍ତଫା ନୂଆଦିଲ୍ଲୀ: ଯାହା ଅଶା କରାଯାଉଥିଲା, ଅବଶେଷରେ ତାହା ହିଁ ହେଲା। ବରିଷ୍ଠ କଂଗ୍ରେସ ନେତା ଜ୍ୟୋତିରାଦିତ୍ୟ ସିନ୍ଧିଆ ଆଜି ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସେ ଦଳର ଅନ୍ତରୀଣ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ନିକଟକୁ ନିଜର ଇସ୍ତଫା ପତ୍ର ପଠାଇଛନ୍ତି। ଏବେ ଜ୍ୟୋତିରାଦିତ୍ୟ ସିନ୍ଧିଆ ବିଜେପିରେ ଯୋଗ ଦେବେ ବୋଲି ସ୍ପଷ୍ଟ ହୋଇଯାଇଛି। ସୂଚନାଯୋଗ୍ୟ, ବରିଷ୍ଠ କଂଗ୍ରେସ ନେତା ଜ୍ୟୋତିରାଦିତ୍ୟ ସିନ୍ଧିଆ […]

Social media & sharing icons powered by UltimatelySocial