ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ

ପୁରୀ: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଆଜି ସନ୍ଧ୍ୟାରେ ଶ୍ରୀମନ୍ଦିର ଯାଇ ଶ୍ରୀଜିଉମାନଙ୍କୁ ଦର୍ଶନ କରିଛନ୍ତି। ରାଜଭବନରୁ ସନ୍ଧ୍ୟା ପ୍ରାୟ ୪ଟା ୫୦ରେ କଡ଼ା ସୁରକ୍ଷା ଭିତରେ ବାହାରି ସେ ୧୦ ମିନିଟ ପରେ ସିଂହଦ୍ବାରରେ ପହଞ୍ଚିଥିଲେ। ସିଂହଦ୍ବାରରେ ପହଞ୍ଚିବା ପରେ ରାଷ୍ଟ୍ରପତିଙ୍କୁ ଶ୍ରୀମନ୍ଦିର ପରିଚାଳନା କମିଟି ପକ୍ଷରୁ ସ୍ୱାଗତ କରାଯାଇଥିଲା। ତା’ପରେ ରାଷ୍ଟ୍ରପତି ଶ୍ରୀମନ୍ଦିର ଭିତରକୁ ପ୍ରବେଶ କରିଥିଲେ। ଏହାପରେ ସେବାୟତମାନେ ରାଷ୍ଟ୍ରପତିଙ୍କୁ ମହାପ୍ରଭୁଙ୍କ ଦର୍ଶନ ପାଇଁ ପାଛୋଟି ନେଇଥିଲେ। … Continue reading ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ