ସ୍ଥାନୀୟ ସଂକ୍ରମଣ ୧୪୭ ଜଣ, ସୁସ୍ଥ ହେଲେ ୧୧୩
ଭୁବନେଶ୍ୱର: ସ୍ଥାନୀୟ ବୁଦ୍ଧ ନଗରରୁ ୧୨ ଜଣଙ୍କ ସମେତ ରାଜଧାନୀ ଭୁବନେଶ୍ୱରରେ ଆଜି ୩୧୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିରୁ ୧୭୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୧୩ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମଣ। ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି। ସଂଗରୋଧରୁ ଚିହ୍ନଟ ହୋଇଥିବା ବ୍ୟକ୍ତିମାନଙ୍କ ମଧ୍ୟରୁ ୪ ଜଣଙ୍କର ଯାତ୍ରା ବିବରଣୀ ଥିବା ବେଳେ ଅନ୍ୟମାନେ ପୂର୍ବରୁ ଚିହ୍ନଟ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି କରେନାର ଶିକାର ହୋଇଛନ୍ତି। ସୂଚନାଯୋଗ୍ୟ, ଭୁବନେଶ୍ୱରରୁ ଏପର୍ଯ୍ୟନ୍ତ ୬୩୯୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରୁ ୩୯୫୩ ଜଣ ସୁସ୍ଥ ହୋଇଥିବା ବେଳେ ୨୪୦୫ ଜଣ ସକ୍ରିୟ ଆକ୍ରାନ୍ତଙ୍କ ଚିକିତ୍ସା ଜାରି ରହିଛି। କିନ୍ତୁ ୩୧ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।